ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ଆଜି ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ । ଏହି ଅବସରରେ ପଂଚାୟତିରାଜ ତଥା ଲୋକସେବା ଦିବସ ପାଳିତ ହେଉଛି। ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆଜି ଆୟୋଜନ କରାଯାଇଛି। ଫରେଷ୍ଟ ପାର୍କରେ ପହଞ୍ଚି ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦଳୀୟ କର୍ମୀଙ୍କ ସହ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ସେହିପରି ଏୟାରପୋର୍ଟ ଛକରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ଦଳୀୟ ନେତା ଓ କର୍ମୀ। ସେପଟେ ଶଙ୍ଖଭବନରେ ମଧ୍ୟ ପ୍ରବାଦ ପୁରୁଷଙ୍କ ସ୍ମୃତିରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ରାଜ୍ୟସଭା ସାଂସଦ ସୁଲତା ଦେଓ, ମେୟର ସୁଲୋଚନା ଦାସ, ମନ୍ତ୍ରୀ ଅଶୋକ ପଣ୍ଡା, ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.