ରାଜଧାନୀରେ ଯୁବକଙ୍କୁ ନିଶା ଦେଇ ହତ୍ୟା ଅଭିଯୋଗ

add-all

ଭୁବନେଶ୍ବର : ରାଜଧାନୀରେ ଯୁବକଙ୍କୁ ନିଶା ଦେଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ହେଲେ ଭୁବନେଶ୍ୱରର ଡେଲଟା ଛକ ରେଙ୍ଗାଲି ବସ୍ତିର ଦୀପକ ସାହୁ। ତାଙ୍କୁ ନିଶା ଦେଇ ହତ୍ୟା କରାଯାଇଥିବା ମୃତ ଯୁବକଙ୍କ ମାଆ ଖଣ୍ଡଗିରି ଥାନାରେ ଏତଲା ଦେଇଛନ୍ତି।
ଅଭିଯୋଗ ଅନୁସାରେ, ଗତକାଲି ଦୀପକ କିଛି ଯୁବକଙ୍କ ସହ ଘରୁ ବାହାରକୁ ଯାଇଥିଲେ। ଦିନ ୨ଟା ବେଳେ ତାଙ୍କର ୨ଜଣ ସାଙ୍ଗ ଦୀପକଙ୍କୁ ଅଚେତ ଅବସ୍ଥାରେ ଘରକୁ ଆଣିଥିଲେ। ଅତ୍ୟଧିକ ବ୍ରାଉନସୁଗାର ଖାଇଥିବାରୁ ସେ ଅଚେତ ହୋଇଯାଇଥିବା ସେମାନେ କହିଥିଲେ।
ତୁରନ୍ତ ପରିବାର ଲୋକେଦୀପକଙ୍କୁ କ୍ୟାପିଟାଲ ହସ୍ପିଟାଲ ନେଇଥିଲେ ଏବଂ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇ ପଠାଇଛି। ଆଜି ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସତ ପଦାକୁ ଆସିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ଦୀପକଙ୍କ ମା’ ପୁଅକୁ ନିଶା ଦେଇ ତାର ସାଙ୍ଗମାନେ ମାରିଦେଇଥିବା ଅଭିଯୋଗ କରିଛନ୍ତି।

ad-week
Leave A Reply

Your email address will not be published.