୩ ଦିନ ପରେ ରାଜ୍ୟରେ ବଢ଼ିବ ତାତି !

add-all

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଗୁରୁଚାପ ବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଯେଉଁଥିପାଇଁ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ମଧ୍ୟ ଦିନ ଓ ରାତିର ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବ ନାହିଁ। ଦିନ ଓ ରାତିର ତାପମାତ୍ରା ୪ ରୁ ୬ ଡିଗ୍ରୀ ଯାଏଁ ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।

୧୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ଅନେକ ସ୍ଥାନରେ ଦିନର ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ଓ ରାତ୍ରିର ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଚଳିତବର୍ଷ ପ୍ରଥମଥର ପାଇଁ ୩୮ ଡ଼ିଗ୍ରୀ ଅତିକ୍ରମ କରିଛି ପାରଦ। ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୭ ଡ଼ିଗ୍ରୀ ରେକର୍ଡ କରାଯାଇଛି। ରାୟଗଡ଼ା ଏବଂ ମାଲକାନଗିରିରେ ୩୬ ଡିଗ୍ରୀ ଅତିକ୍ରମ କରିଛି ପାରଦ।

ad-week
Leave A Reply

Your email address will not be published.