ରାଜ୍ୟରେ ୧୧ରୁ ବଢିବ ତାତି

add-all

ଭୁବନେଶ୍ବର : ୨ ଦିନ ପରେ ରାଜ୍ୟରେ ପୁଣି ବଢିବ ତାତି। ଆଗାମୀ ୧୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ଟ୍ୱିଟ୍ କରି ସୂଚନା ଦିଆଯାଇଛି।
ଗତ ୨୪ ଘଣ୍ଟାରେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୭ ଡ଼ିଗ୍ରୀ ଏବଂ ସୁନ୍ଦରଗଡ଼ରେ ସର୍ବନିମ୍ନ ତାପମାତ୍ରା ୧୬ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି କଟକରେ ୩୧.୬ ଡିଗ୍ରୀ ସେଲସିୟସ୍, ଭୁବନେଶ୍ୱରରେ ୩୩.୮ ଡ଼ିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ କଟକ ବାଙ୍କୀରେ ସର୍ବାଧିକ ୩୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ସେହିପରି ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଦକ୍ଷିଣ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକ ସହିତ କଟକ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ ଓ ନବରଙ୍ଗପୁରର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସବୁ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।
ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକ ସହିତ କଟକ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ ଓ ନବରଙ୍ଗପୁରର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସବୁ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।
୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ଗଜପତି, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ad-week
Leave A Reply

Your email address will not be published.