ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

add-all

ଭୁବନେଶ୍ବର : ରାଜ୍ୟ ସରକାର ଆଜି ଶ୍ରମିକଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଚାରୋଟି ବର୍ଗ ଯଥା- ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ୱାରା ଉପକୃତ ହେବେ।
ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୩୯୨ରୁ ୫୦୦କୁ, କୁଶଳୀ ଶ୍ରମିକଙ୍କ ମଜୁରୀ ୪୪୨ରୁ ୫୫୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଅତ୍ୟନ୍ତ କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀକୁ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ।

ad-week
Leave A Reply

Your email address will not be published.