ବରଗଡ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ

add-all

ଭୁବନେଶ୍ବର: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ
ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା ନୂତନ ମେସିନ୍‌ ପାଇଁ ପାଣ୍ଠି ଅଭାବ ଏବଂ ଅନ୍ୟାନ୍ୟ ବିଭିନ୍ନ କାରଣ ପାଇଁ ଚିନିକଳରେ କାମ ବନ୍ଦ ରହିଥିଲା। ସେଥିପାଇଁ ଏହାର ଜମିକୁ ଇଡକୋକୁ ହସ୍ତାନ୍ତର କରି ନୂତନ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଥିଲେ।

ଏହି ନିଷ୍ପତ୍ତି ଅନୁଯାୟୀ ଚିନିକଳର ସମୁଦାୟ ୧୦୩.୨୧ ଏକର ଜମି ମଧ୍ୟରୁ ବିବାଦମୁକ୍ତ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି। ବରଗଡର ଅତିରିକ୍ତ ଜିଲ୍ଲାପାଳ ତଥା ବରଗଡ କୋଅପରେଟିଭ ସୁଗାର ମିଲ୍‌ସର ଲିକ୍ବୁଡେଟରଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି। ବାକି ସବୁ ଜମି ବିବାଦମୁକ୍ତ ହେବାପରେ ଇଡକୋକୁ ହସ୍ତାନ୍ତର କରାଯିବ।

ad-week
Leave A Reply

Your email address will not be published.