ହାତ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ

add-all

ଭୁବନେଶ୍ବର : କଂଗ୍ରେସକୁ ପୁଣି ଏକ ଝଟକା ଲାଗିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଲ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।

ବିଧାୟକ ଶ୍ରୀ ପାଣିଗ୍ରାହୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦେଶ ଓ ରାଜ୍ୟ ଲାଗି୨୫ ବର୍ଷ ପର୍ଯ୍ୟନ୍ତ ସେବା କରିବା ପାଇଁ ସୁଯୋଗ ଦେଇଥିବାରୁ ଧନ୍ୟବାଦ ଜଣାଉଛି।  ଖୁବ୍‌ ଶୀଘ୍ର ବିଜେଡିରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ଆସନ୍ତାକାଲି ସେ ନିଜ ସମର୍ଥକଙ୍କ ସହିତ ବିଜେଡିରେ ଯୋଗ ଦେବେ ବୋଲି ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ୨୦୧୯ ଓଡ଼ିଶା ବିଧାନସଭା ନିର୍ବାଚନରେ ଖଡ଼ିଆଲ ସମେତ କଂଗ୍ରେସ ମାତ୍ର ୯ଟି ଆସନରେ ବିଜୟୀ ହୋଇଥିଲା। ଖଡ଼ିଆଲ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଟିକେଟ୍‌ରେ ନିର୍ବାଚନ ଲଢ଼ି ଅଧିରାଜ ପାଣିଗ୍ରାହୀ   ୫୯,୩୦୮ ଖଣ୍ଡ ଭୋଟ୍‌ ପାଇଥିଲେ। ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ତଥା ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଳ ୫୬,୪୫୧ ଖଣ୍ଡ ଭୋଟ୍‌ ହାତେଇଥିଲେ। ଫଳରେ ଶ୍ରୀ ପାଣିଗ୍ରାହୀ ୨,୮୫୭ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିଲେ।

ad-week
Leave A Reply

Your email address will not be published.