ଭିଜିଲାନ୍ସ ଜାଲରେ ମହିଳା ସହକାରୀ ଯନ୍ତ୍ରୀ

add-all

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ। ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ। ଆଜି ୫୦ ହଜାର ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ।

ସୂଚନା ଅନୁଯାୟୀ, ଏମପି ଲ୍ୟାଡ଼ ପ୍ରକଳ୍ପ ପାଇଁ ଜଣେ ଠିକାଦାରଙ୍କୁ ଲାଞ୍ଚ ମାଗିଥିଲେ। ୧୮ ଲକ୍ଷ ଟଙ୍କାର ଏହି କାମର ପିସି ବାବଦରେ ଆଗରୁ ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ର ଠିକାଦାରଙ୍କଠାରୁ ୧ ଲକ୍ଷ ୩୦ ହଜାର ଟଙ୍କା ନେଇସାରିଥିଲେ। ଏନେଇ ଠିକାଦାରଙ୍କ ବାପା ଶିଶିର ମଙ୍ଗରାଜ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର ଦାବି କରିଥିଲେ।

ପୂର୍ବ ଯୋଜନା ମୁତାବକ ଆଜି ଠିକାଦାର ଅବଶିଷ୍ଟ ୫୦ ହଜାର ଟଙ୍କା ଦେବା ବେଳେ ଖୋର୍ଦ୍ଧା ଭିଜିଲାନ୍ସ ଡିଏସପି ଚନ୍ଦ୍ରକଳା ଜେନା ଓ ନୂଆଗଡ଼ ଡିଏସପି ପ୍ରତ୍ୟୁଷ ମହାପାତ୍ରଙ୍କ ନେତୃତ୍ବରେ ଏକ ଟିମ୍ ଚଢ଼ଉ କରି ସହକାରୀ ଯନ୍ତ୍ରୀ ସଙ୍ଗୀତା ମହାପାତ୍ରଙ୍କୁ ଧରିଥିଲା ଏବଂ ତାଙ୍କଠାରୁ ୫୦ ହଜାର ଟଙ୍କା ଜବତ କରିଥିଲା।

ad-week
Leave A Reply

Your email address will not be published.