୫ ସହରର ତାପମାତ୍ର ୪୦ ଡିଗ୍ରି ଛୁଇଁଲା

add-all

ଭୁବନେଶ୍ବର: ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡ଼ିଗ୍ରି ଛୁଇଁଛି। ଟିଟଲାଗଡ଼, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ରେ  ଆଜି ଦିନର ସର୍ବୋଚ୍ଚ ତାପମାତ୍ରା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ ଅନୁସାରେ ପାରାଦୀପ, ଗୋପାଳପୁର ଓ ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ ସବୁ ବଡ଼ ସହରର ତାପମାତ୍ରା ୪୫ ଡିଗ୍ରି ଉପରେ ରେକର୍ଡ କରାଯାଇଛି।

ରାଜ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରି ଉପରେ ପାରଦ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ନିସ୍ତାର। ଆହୁରି ମଧ୍ୟ କୁହାଯାଇଛି ଯେ ଉପକୂଳ ଓଡ଼ିଶାରେ ତାତି ସହ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ। ଲୋକେ ସନ୍ତୁଳି ହେବେ। ଦିନ ୧୦ ଟାରୁ ଅପରାହ୍ନ ୩ ଟାକୁ ପିକ୍ ଆଓ୍ବାର ଘୋଷଣା କରାଯାଇଛି। ଏହି ସମୟରେ ବୟସ୍କ ଏବଂ ଶିଶୁଙ୍କୁ ସିଧାସଳଖ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦିଆଯାଇଛି। ଏଣେ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରି ଅତିକ୍ରମ କରିବ ତାପମାତ୍ରା ବୋଲି ଚେତାବନୀ ଦେଇଛି ପାଣିପାଗ ବିଭାଗ। ଉପକୂଳ ଓଡ଼ିଶାରେ ୩୯ ଡିଗ୍ରୀ ସହ ୬୦ ପ୍ରତିଶତ ରହିବ ଆର୍ଦ୍ରତା ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ad-week
Leave A Reply

Your email address will not be published.