ଏପ୍ରିଲ ୨ରୁ ସକାଳୁଆ ସ୍କୁଲ; ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ପୂର୍ବାହ୍ନ ୭ଟାରୁ ୧୧ଟା ୩୦ ଯାଏଁ ହେବ ପାଠପଢ଼ା

add-all

ଭୁବନେଶ୍ବର: ପରିବର୍ତ୍ତିତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।
ରାଜ୍ୟ ସରକାରଙ୍କ ଅତିରିକ୍ତ ଶାସନ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର କହିଛନ୍ତି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ବିଦ୍ୟାଳୟଗୁଡ଼ିକରେ ଆଗାମୀ ଏପ୍ରିଲ ୨ ତାରିଖ ଠାରୁ ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ପାଠପଢ଼ା ହେବ। ଏହି ସମୟରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍‌ ପ୍ୟାକେଟ୍‌ ଓ ଅନ୍ୟ ଆବଶ୍ୟକତୀୟ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଶ୍ରୀ ମହାପାତ୍ର କହିଛନ୍ତି ଯେ, ଜିଲ୍ଲାପାଳମାନେ ନିଜ ଜିଲ୍ଲାର ପାଗର ସ୍ଥିତି ନେଇ ବିଦ୍ୟାଳୟ ଖୋଲିବା ନେଇ ନିଷ୍ପତ୍ତି ନେଇପାରିବେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ରାଜ୍ୟରେ ପ୍ରଥମ ଥର ପାଇଁ ତାପମାତ୍ରା ୪୦ଡ଼ିଗ୍ରି ଅତିକ୍ରମ କରିଛି। ମାଲକାନଗିରିରେ ଶନିବାର ଦିନ ତାପମାତ୍ରା ସର୍ବାଧିକ ୪୧ଡ଼ିଗ୍ରି ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଜି ବୌଦ୍ଧ ଏବଂ ଟିଟିଲାଗଡ଼ରେ ୪୦.୫, ବଲାଙ୍ଗୀରରେ ୪୦.୨, ନୟାଗଡ଼ରେ ୪୦, ଭୁବନେଶ୍ୱରରେ ୩୭ ଏବଂ କଟକରେ ୩୭.୬ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି।

ad-week
Leave A Reply

Your email address will not be published.