ରେଳ ଫାଟକରୁ ଯୁବକଙ୍କ ମୃତଦେହ ଉଦ୍ଧାର

add-all

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଲ୍ଲିପୁର ରେଳ ଫାଟକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି।
ଆଜି ସକାଳେ ଅଲ୍ଲିପୁର ରେଳ ଫାଟକ ନିକଟରେ ଯୁବକ ଜଣକ ରକ୍ତଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ।
ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକ ଜଣଙ୍କ ଟ୍ରେନରୁ ଖସିପଡ଼ିଥିବା ଅନୁମାନ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

ad-week
Leave A Reply

Your email address will not be published.