
ଆସିକା (୦୧/୦୪) : ଆସିକା ର ବିଭିନ୍ନ ସ୍ଥାନରେ ଉତ୍କଳ ଦିବସ ପାଳନ କରାଯାଇଛି l ୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଆଜି ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଛି । ଭାଷା ଭିତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ “ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ’ ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା ।ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା । ଚଳିତବର୍ଷ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନକୁ ପୁରିବ ୮୮ ବର୍ଷ ।
ତେବେ ଭାଷା ଭିତରେ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇଥିବା ଭାରତର ପ୍ରଥମ ରାଜ୍ୟ ହେଉଛି ଓଡିଶା । ତାଆଗରୁ ଆଧୁନିକ ଭାରତରେ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ ନ ଥିଲା । ବିକ୍ଷିପ୍ତ ଭାବେ ରହିଥିଲା ଓଡ଼ିଆ ଭାଷାଭାଷୀ ଅଂଚଳ । ଖଣ୍ଡ ବିଖଣ୍ଡିତ ହୋଇ ପଡ଼ିଥିଲା ଉତ୍କଳ । ବହୁ ଘାତ-ପ୍ରତିଘାତ ମଧ୍ୟରେ ଏହି ଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ଏହା ଥିଲା ଊନବିଂଶ ଶତାଦ୍ଦୀର ଶେଷ ଭାଗରୁ ଆରମ୍ଭ ହୋଇଥିବା ଓଡିଶାର ନବଜାଗରଣ ପର୍ବର ଚୂଡାନ୍ତ ଫଳଶ୍ରୁତି । ଯେଉଁ ମାନଙ୍କର ସାଧନା-ସଂକଳ୍ପ-ସଂଗ୍ରାମ ଯୋଗୁଁ ଓଡିଆ ଜାତି, ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ, ପରମ୍ପରା ଆଜି ସୁସଂଗଠିତ । ଏହି ଦିନଟି ଓଡିଶା ତଥା ଓଡିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ ବୋଲି ବହୁ ବିଶିଷ୍ଟ ବ୍ୟକ୍ତି, ଶିକ୍ଷାବିତ, ବରିଷ୍ଠ ନାଗରିକ ମାନେ ମତ ରଖିଥିଲେ l ହରିହର ହାଇସ୍କୁଲ ଏବଂ ଏନ ଏ ସି ହାଇସ୍କୁଲ ସମେତ ଅନେକ ସ୍ଥାନରେ ଏହି ଦିବସ ପାଳନ କରାଯାଇଛି l ଏହି କାର୍ଯ୍ୟକ୍ରମ ରେ ହରି ହର ହାଇସ୍କୁଲ ର ପ୍ରଧାନ ଶିକ୍ଷକ,ଅଶୋକ ପାଢ଼ୀ, ଶିବରାମ ମହାରଣା, ସୁଶାନ୍ତ ପଣ୍ଡା, ସବିତା ତ୍ରିପାଠୀ, ପ୍ରଦୀପ କୁମାର ଶତପଥି, ସୁରେନ୍ଦ୍ର ପଟନାୟକ, ମଞ୍ଜୁଳା ସ୍ୱାଇଁ, ଭାଗ୍ୟଲତା ପାଢ଼ୀ, ସଞ୍ଜୁଲତା ସାବତ, ମୁକେଶ ଦାଶ, ଶୁଭଶ୍ରୀ ପଣ୍ଡା ସମେତ ପିଅନ ସୂର୍ଯ୍ୟ ନାରାୟଣ କର ପ୍ରମୁଖ ଉପସ୍ଥିତ ରହିଥିଲେ l