ବିଜେଡି ରେ ମିଶିଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଚଳି ପିଡିକା

add-all

ଭୁବନେଶ୍ୱର: ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ଅନ୍ତର୍ଗତ ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକା । ଆଜି ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କ ସହ ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ।

ଲକ୍ଷ୍ମୀପୁର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ବିଜେଡି ସାଧାରଣ ସମ୍ପାଦକ ତଥା ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଇଶ୍ୱର ପାଣିଗ୍ରାହୀ, ପୂର୍ବତନ ସାଂସଦ ଝିନ ହିକ୍କକା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ଗୀତାଞ୍ଚଳି ପିଡିକା ।

ଦଳରେ ସାମିଲ୍ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ‘ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ବିଜେଡିରେ ମହିଳାମାନଙ୍କୁ ଉପଯୁକ୍ତ ସମ୍ମାନ ଦିଆଯାଏ । ନୂତନ ଓଡ଼ିଶା ଗଠନ ଦିଗରେ ସୁପ୍ରିମୋ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି’ ।

ଏହି ମିଶ୍ରଣ ପର୍ବରେ ସମିତିସଭ୍ୟ ନିଦ୍ରାବତୀ ପିଡିକା, ପ୍ରଦୀପ ବେନ୍ତ, ବଳରାମ ମାଣ୍ଡିଗୀ, ବାଙ୍ଗ୍ରୁ ଜାମ୍ବେକା, ଶୁଶୀଲ ଗରଡା, ପଣ୍ଡୁ ମେଲେକା, ମକରା ଗଦାରୀ, ଜଗା କୁଲେଶିକା, ନଗେଶ କଦ୍ରକା, ଲକ୍ଷ୍ମୀ ସୌନ୍ତା, ଜାମା ପିଡିକା, କ୍ରୁମା କନ୍ଦ୍ରକା, ସାମୁଳା କଦ୍ରାକା, କୁମାରା ଜାକକା, ସୁନୀଲ କୁନ୍ତିଶ, ମନୋଜ ମୁଦୁଲି, ସୁଶାନ୍ତ ମୁଦୁଲି, ଲୋକନାଥ ମୁଦୁଲିଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

ad-week
Leave A Reply

Your email address will not be published.