କଲବଲ କରୁଛି ତାତି; କାଲିଠୁ ସ୍କୁଲ ଛୁଟି

add-all

ଭୁବନେଶ୍ବର : ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି।
ଖରାକୁ ଦେଖି ଆସନ୍ତା ୩ ଦିନ ଯାଏ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। କାଲିଠୁ ୨୦ ତାରିଖ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।
ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ୩୪ ଡିଗ୍ରୀ ଟପିଛି ଅନେକ ସ୍ଥାନର ତାପମାତ୍ରା। ସାଢ଼େ ୮ଟା ସୁଦ୍ଧା ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି।
ଭବାନୀପାଟଣାରେ ତାପମାତ୍ରା ୩୪.୮ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ତାଳଚେର ୩୪.୪ ଡିଗ୍ରୀ, ବାଲେଶ୍ୱର ୩୪, ବାରିପଦା ୩୩.୬ ଡିଗ୍ରୀ ଚାନ୍ଦବାଲି ୩୩.୨ ଡିଗ୍ରୀ, ଜଗତସିଂହପୁର ୩୩.୨ ଡିଗ୍ରୀ ଓ ହୀରାକୁଦ ୩୨.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ad-week
Leave A Reply

Your email address will not be published.