ଗତକାଲିଠୁ ନିଖୋଜ ଥିଲେ; ଆଜି ସକାଳେ ସମୁଦ୍ରରୁ ମିଳିଲା ମୃତଦେହ

add-all

ପୁରୀ : ଗତକାଲିଠୁ ନିଖୋଜ ଥିଲେ। ଆଜି ସକାଳେ ସମୁଦ୍ର କୂଳରୁ ଠାବ ହୋଇଛି ବ୍ୟକ୍ତିଙ୍କ ମୃତଦେହ। ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡଳବା ନିକଟ ସମୁଦ୍ର କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ଆଇଁସଣିଆ ଗ୍ରାମର ରାଧୁ ସ୍ୱାଇଁ। ତାଙ୍କ ଦେହରେ ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି।
ଗତକାଲି ଅପରାହ୍ଣରୁ ରାଧୁ ଘରୁ ବାହାରକୁ ଯାଇ ଫେରିନଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ନଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ, ହେଲେ ପାଇ ନଥିଲେ।
ଆଜି ସକାଳେ ସ୍ଥାନୀୟ ଲୋକେ ରାଧୁଙ୍କ ମୃତଦେହ ସମୁଦ୍ର କୂଳରେ ପଡ଼ିଥିବା ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ତେବେ ରାଧୁଙ୍କୁ ହତ୍ୟା କରାଯାଇଛି ନା, ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।

ad-week
Leave A Reply

Your email address will not be published.