ଓଡ଼ିଶାରେ ନିର୍ବାଚନ ପ୍ରଚାର ପାଇଁ ଆସିଲା ବିଜେପିର ୪୦ ଜଣିଆ ତାଲିକା

add-all

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ। ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅଛନ୍ତି।

ବିଜେପି ରାଷ୍ଟ୍ରୀୟ ସାଧାରଣ ସଂପାଦକ ଅରୁଣ ସିଂହ କହିଛନ୍ତି, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଓଡ଼ିଶା ପ୍ରଭାରୀ ବିଜୟ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡିଙ୍କୁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରାଯାଇଛି। ସେହିପରି ୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ବାଚନ ପାଇଁ ପ୍ରଚାର କରିବେ। ସେମାନେ ହେଲେ ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ, ମଧ୍ୟପ୍ରଦେଶର ମୋହନ ଯାଦବ, ଆସାମର ହିମନ୍ତ ବିଶ୍ବଶର୍ମା ଓ ଛତିଶଗଡ଼ର ବିଷ୍ଣୁଦେବ ସାୟ।

ରାଜ୍ୟରେ ନିର୍ବାଚନ ପାଇଁ ବିଜେପି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରି, ଅଶ୍ବିନୀ ବୈଷ୍ଣବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ବେଶ୍ବର ଟୁଡୁଙ୍କୁ ବିଜେପି ସାମିଲ କରିଛି। ସେହିପରି ସ୍ମୁତି ଇରାନୀ, ଭୁପେନ୍ଦ୍ର ଯାଦବ, ସୁନୀଲ ବଂସଲ, ସମ୍ବିତ ପାତ୍ର, ଶାନ୍ତନୁ ଠାକୁର ଓ କେଦାରନାଥ କଶ୍ୟପ ଏହି ତାଲିକାରେ ସ୍ଥାନ ପାଇଛନ୍ତି।

ରାଜ୍ୟ ସଭାପତି ମନମୋହନ ସାମଲ, ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ରଙ୍କ ବ୍ୟତୀତ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ, ବସନ୍ତ କୁମାର ପଣ୍ଡା, ସୁରେଶ ପୂଜାରୀ ଷ୍ଟାର ପ୍ରଚାରକ ଭାବେ ନିର୍ବାଚନ ପ୍ରଚାର କରିବେ। ବରିଷ୍ଠ ନେତା କନକବର୍ଦ୍ଧନ ସିଂହଦେଓ, ସମୀର ମହାନ୍ତି, ମାନସ କୁମାର ମହାନ୍ତି, ଗୋଳକ ପ୍ରସାଦ ମହାପାତ୍ର, ସାରଦା ପ୍ରସାଦ ସତପଥୀ, ରମେଶ ସାହୁଙ୍କ ସହିତ ଅଭିନେତା ଅନୁଭବ ମହାନ୍ତି, ହରିହର ମହାପାତ୍ର, ଶ୍ରୀତମ ଦାସ ଓ ଅଭିନେତ୍ରୀ ପିଙ୍କି ପ୍ରଧାନ ପ୍ରଚାର ମଇଦାନକୁ ଓହ୍ଲାଇବେ।

ad-week
Leave A Reply

Your email address will not be published.