ବିଜେଡି ବିଧାୟକଙ୍କ ରାଲିରେ ମାଡ଼ିଗଲା ଟ୍ରକ୍‌, ୩ ଗୁରୁତର

add-all

ବଡମ୍ବା: ବିଧାୟକ ପ୍ରାର୍ଥୀଙ୍କ ରାଲି ବେଳେ ମାଡିଗଲା ଟ୍ରକ୍‌ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ, ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା। ଏଥିରେ ବହୁ ସଂଖ୍ୟାରେ ଲୋକ ଯୋଗ ଦେଇଥିଲେ। ସେହି ସମୟରେ ହଠାତ୍‌ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍‌ ନିୟନ୍ତ୍ରଣ ହରାଇ ରାଲି ଉପରେ ମାଡି ଯାଇଥିଲା। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କ ଗୋଡ଼ରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ତୁରନ୍ତ ସେମାନଙ୍କୁ ବଡ଼ମ୍ବା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ତେବେ ଉକ୍ତ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି ।

ad-week
Leave A Reply

Your email address will not be published.