ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ

add-all

ଭୁବନେଶ୍ବର: ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି।

ଚନାଯୋଗ୍ୟ, ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ। ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା। ଆଉ ତୁଷାରକାନ୍ତି ମଧ୍ୟ ନିର୍ବାଚନରେ ବିଜୟ ଲାଭ କରିଥିଲେ। ସେତେବେଳେ ଟିକେଟ୍ କଟିଥିଲେ ବି, ଦଳକୁ ସମର୍ଥନ ଦେଇଥିଲେ ସୁରେନ୍ଦ୍ର। ଆଉ ଏହାର ଠିକ୍ ୫ ବର୍ଷ ପରେ ୨୦୨୪ରେ ପୁଣିଥରେ ଟିକେଟ୍ ଲବିରେ ରହିଥିଲେ। ହେଲେ ଏଥର ମଧ୍ୟ ସେ ଦଳରୁ ନିରାଶ ହେଇଥିଲେ। ବିଜେଡି ପୁଣିଥରେ କାକଟପୁରରୁ ତୁଷାରକାନ୍ତିଙ୍କୁ ପ୍ରାର୍ଥୀ କରିଛି। ଆଉ ଏହାପରେ ସେ ଦଳ ଉପରେ ଅସନ୍ତୁଷ୍ଟ ହେଇ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି।

ad-week
Leave A Reply

Your email address will not be published.