କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ ପଟ୍ଟନାୟକ

add-all

ଟିଟିଲାଗଡ଼ : କଣ୍ଟାବାଞ୍ଜି ବିଧାନସଭା ଆସନରୁ ପ୍ରଥମ ଥର ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋଭାଯାତ୍ରାରେ ଯାଇ ନବୀନ ଆଜି ନାମାଙ୍କନ ଭରିଛନ୍ତି।
ଟିଟିଲାଗଡ଼ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ ଏକ ଶୋଭାଯାତ୍ରାରେ ଯାଇଥିଲେ। ଏହାପରେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ବେଳେ ଭି.କେ. ପାଣ୍ଡିଆନ, ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ, ବିଜେଡିର ବରିଷ୍ଠ ନେତା ଏୟୁ ସିଂହଦେଓ ସମେତ ବହୁ ବରିଷ୍ଠ ବିଜେଡି ନେତା ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ ପରେ ସେଠାରୁ ସେ ହେଲିକପ୍ଟର ଯୋଗେ ସିଧାସଳଖ ଭୁବନେଶ୍ୱର ଫେରିଛନ୍ତି।
ନବୀନ ଏଥର ଦୁଇଟି ଆସନରୁ ନିର୍ବାଚନ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଗତ ମଙ୍ଗଳବାର ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ଆଜି କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରତିଥର ହିଞ୍ଜଳି ଆସନରୁ ନିର୍ବାଚନ ଲଢ଼ିଥାନ୍ତି। ହେଲେ ଗତଥର ପ୍ରଥମଥର ପାଇଁ ନବୀନ ବିଜେପୁର ଆସନରୁ ନିର୍ବାଚନ ଲଢ଼ିଥିବାବେଳେ ଏଥର କିନ୍ତୁ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଛନ୍ତି। ନବୀନ ଏଥର କାହିଁକି କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ିବାକୁ ଚାହିଁଲେ ତାକୁ ନେଇ ରାଜନୀତି ମହଲରେ ଚର୍ଚ୍ଚା ହେଉଛି। ନବୀନ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢ଼ୁଥିବାରୁ ଏହା ପ୍ରଭାବ ପଶ୍ଚିମ ଓଡ଼ିଶା ଉପରେ ପକାଇବ ବୋଲି କୁହାଯାଉଛି। ମୁଖ୍ୟମନ୍ତ୍ରୀ ନାମାଙ୍କନ ଭରିବା ପରେ ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନି ସାହୁ ମଧ୍ୟ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ad-week
Leave A Reply

Your email address will not be published.