ବିରୋଧୀ ଦଳର ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

add-all

କୋରାପୁଟ: ଆଜି ମାରାଥନ୍ ପ୍ରଚାର କ୍ରମରେ କୋରାପୁଟରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହି ଅବସରରେ ରାଜ୍ୟରେ ଲାଗୁ ହୋଇଥିବା ସମସ୍ତ ସରକାରୀ ଯୋଜନା ସଫଳତା କଥା କହିବା ସହ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବିଏସକେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍ ଯୋଜନା, ମିଶନ୍ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ ଛାତ୍ରବୃତ୍ତି ବ୍ୟବସ୍ଥା, ଚାଷୀଙ୍କ ପାଇଁ କାଳିଆ ଯୋଜନା ସଫଳ ହେବା ପରେ ବି ବିରୋଧୀ ଏହାକୁ ଗ୍ରହଣ କରୁନାହାନ୍ତି। ବିରୋଧୀ ନେତା ମିଛ କହୁଛନ୍ତି। ବିରୋଧୀ ନେତାମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ad-week
Leave A Reply

Your email address will not be published.