ପାଣିପାଗ ବିଭାଗର ପୂର୍ବାନୁମାନ: ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା

add-all

ଭୁବନେଶ୍ବର: ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ଜାରି ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ, ଆଗାମୀ ୫ ଦିନ ଯାଏଁ ବର୍ଷା ଲାଗି ରହିବ। ଆଭ୍ୟନ୍ତରୀଣ ଓଡ଼ିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ପର୍ଯ୍ୟନ୍ତ ଛତିଶଗଡ଼ ଦେଇ ଏକ ନିମ୍ନଚାପ ରେଖା ଗତି କରୁଛି, ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ଏବଂ ପବନର ବେଗ ଘଂଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ।
ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ତାଣ୍ଡବ ରଚିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଆଗାମୀ ୨୪ ଘଂଟା ପାଇଁ ପାଖାପାଖି ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର ଓ କୋରାପୁଟକୁ ୩ ଘଣ୍ଟା ପାଇଁ ସତର୍କ କରିଛି। ବର୍ଷା ଓ ବଜ୍ରପାତ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।

ad-week
Leave A Reply

Your email address will not be published.