ରାଜଧାନୀରେ ରାସ୍ତା ପାର ହେଉଥିଲେ; ୨ ଜଣଙ୍କୁ ଧକ୍କା ଦେଇ ୫୦୦ ମିଟର ଘୋଷାଡ଼ି ନେଲା ଟ୍ରକ୍

add-all

ଭୁବନେଶ୍ୱର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ୱରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ପଳାଶୁଣୀଠାରେ ଦୁଇ ପୁରୁଷ ଓ ମହିଳା ରାସ୍ତା ପାରି ହେଉଥିବାବେଳେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଏପରିକି ଗାଡ଼ିର ବେଗ ଏତେ ଅଧିକ ଥିଲା ଯେ ଦୁର୍ଘଟଣା ପରେ ନ ରୋକି ଉକ୍ତ ବ୍ୟକ୍ତି ଜଣଙ୍କୁ ପଳାଶୁଣୀରୁ ସତ୍ୟବିହାର ଯାଏଁ ୫୦୦ ମିଟର ଘୋଷାଡ଼ି ନେଇଥିଲା। ଫଳରେ ଦୁହିଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଉଭୟେ ଦମ୍ପତି ବୋଲି ଜଣାଯାଇଛି।

ଉକ୍ତ ଟ୍ରକ୍ ଟି ଭୁବନେଶ୍ୱରରୁ କଟକ ଯାଉଥିବା ବେଳେ ଏହି ଅଘଟଣ ଘଟିଛି। ଦୁଇ ମୃତକଙ୍କ ଘର ସୋନପୁରରେ ବୋଲି ଜଣାଯାଇଛି।

ad-week
Leave A Reply

Your email address will not be published.