ଦେଖାଗଲାନି ଛାଇ; ଆଜି ଶୂନ୍ୟ ଛାୟା ଦିବସ

add-all

ଭୁବନେଶ୍ବର : ଆଜି ଶୂନ୍ୟ ଛାୟା ଦିବସ। ଆଜି ଦିନ ୧୧ଟା ୪୩ରେ ଶୁନ୍ୟ ଛାୟା ସମୟ ରହିଥିଲା । ବର୍ଷରେ ଏପରି ୨ ଦିନ ଅଛି, ଯେବେ ଦିନ ଦ୍ୱିପ୍ରହରରେ ମଧ୍ୟ କିଛି କ୍ଷଣ ପାଇଁ ଛାଇ ଦେଖାଯାଏ ନାହିଁ।

ବର୍ଷର ଏହି ୨ ଦିନ ମଧ୍ୟାହ୍ନରେ ସୂର୍ଯ୍ୟ ଆମର ଠିକ୍ ମୁଣ୍ଡ ଉପରେ ରୁହନ୍ତି। ସେ ସମୟରେ ଛାଇ ଦେଖାଯାଏ ନାହିଁ। ଏହି ଘଟଣାକୁ ଜ୍ୟୋର୍ତିବଜ୍ଞାନୀମାନେ ଶୂନ୍ୟ ଛାୟା ଦିବସ ବା ଜିରୋ ସ୍ୟାଡୋ ଡେ’ ଭାବେ ନାମିତ କରିଛନ୍ତି। ଏପ୍ରିଲରୁ ଜୁନ୍ ଏବଂ ଜୁନରୁ ଅଗଷ୍ଟ ମାସ ମଧ୍ୟରେ ବର୍ଷକୁ ୨ଥର ଶୂନ୍ୟ ଛାୟା ଘଟିଥାଏ।
ପୃଥିବୀ ନିଜ କକ୍ଷ ପଥ ସହ ୨୩.୫ ଡିଗ୍ରୀ ଢଳି ରହିଛି। ଫଳରେ ସୂର୍ଯ୍ୟ ସବୁ ଦିନ ସମାନ ସ୍ଥାନରୁ ଉଦୟ ହୁଏ ନାହିଁ ବା ଏକା ଜାଗାରେ ଅସ୍ତ ହୁଏ ନାହିଁ। ୨୧ ମାର୍ଚ୍ଚ ଠାରୁ ସୂର୍ଯ୍ୟ ଉଦୟର ସ୍ଥାନ ଧୀରେ ଧୀରେ ଉତ୍ତର ଦିଗରେ ଗତିକରି ୨୧ ଜୁନ ଦିନ ଉତ୍ତର ଦିଗର ସବୁଠାରୁ ଦୂରକୁ ଚାଲିଯାଏ।

ସେଠାରେ ପୁଣି ଦକ୍ଷିଣକୁ ଫେରିବାକୁ ଲାଗେ। ୨୧ ସେପ୍ଟେମ୍ବର ଦିନ ବିଷୁବ ରେଖା ଉପର ଦେଇ ୨୧ ଡିସେମ୍ବର ଦିନ ଦକ୍ଷିଣର ଶେଷ ବିନ୍ଦୁ ମକରକ୍ରାନ୍ତିରେ ଆସି ପହଞ୍ଚି ଥାଏ। ପୁଣି ତାପର ଦିନ ଠାରୁ ସୂର୍ଯ୍ୟର ଉତ୍ତର ଦିଗକୁ ଗତି ଆରମ୍ଭ ହୁଏ। ଏହି ପ୍ରକ୍ରିୟା ଅନବରତ ଚାଲି ରହିଛି।

ad-week
Leave A Reply

Your email address will not be published.