୨୬ ଓ ୨୭ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା!

add-all

ଭୁବନେଶ୍ବର : ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ଓ ୨୭ ତାରିଖରେ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ‍ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ କ୍ଷେତ୍ର। ଆସନ୍ତାକାଲି ଅର୍ଥାତ ୨୪ ତାରିଖ ସକାଳ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ। ତା’ପରେ ଉତ୍ତର-ପୂର୍ବ ଦିଗକୁ ଗତି କରିବ। ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ। ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧା ସଳଖ ରହିବ ନାହିଁ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି।
ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୭ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜରେ ଏହାର ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି। ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ବର୍ଷା ଜାରି ରହିଥିବା ବେଳେ ୨୪ ଓ ୨୫ ତାରିଖରେ କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଘଡଘଡି ବିଜୁଳି ସହ ବର୍ଷା ହେବ। ସେହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ।

ad-week
Leave A Reply

Your email address will not be published.