ଜନଜାତିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ: ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ

add-all

ଭୁବନେଶ୍ବର: ନବୀନ ସରକାର ଜନବିରୋଧୀ। ଜନଜାତିଙ୍କର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ସରକାର ଉପରେ ଏଭଳି ବର୍ଷିଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ।
ବିଶିଷ୍ଟ ଜନଜାତି ନେତା ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ କହିଛନ୍ତି, ଜନଜାତି ଅଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାର ଟଙ୍କା ଦେଉଛନ୍ତି। ହେଲେ ସେହି ଟଙ୍କା ହଡ଼ପ ହେଉଛି। ଜନଜାତିଙ୍କ ହିତରେ ଉକ୍ତ ଅର୍ଥର ବିନିଯୋଗ ହୋଇପାରୁନାହିଁ। ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.