ନିର୍ବାଚନ ନ ସରିବା ପୂର୍ବରୁ ଏକଜିଟ୍ ପୋଲ: ଘରୋଇ ଟିଭି ଚ୍ୟାନେଲ ବିରୋଧରେ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ରିପୋର୍ଟ ଦାଖଲ ପାଇଁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

add-all

ଭୁବନେଶ୍ବର: ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ନିର୍ବାଚନ କମିଶନ ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶାର ଏକ ଘରୋଇ ଟିଭି ଚ୍ୟାନେଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭାରତୀୟ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି ।
ନିର୍ବାଚନ ନ ସରିବା ଆଗରୁ ଏକଜିଟ୍ ପୋଲ ପ୍ରସାରଣ କରିବା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ କମିଶନଙ୍କ କଟକଣା ସତ୍ୱେ ଏକ ଘରୋଇ ଗଣମାଧ୍ୟମ ସଂସ୍ଥା ନିୟମକୁ ଉଲ୍ଲଂଘନ କରି ବୁଥ୍ ବାହୁଡ଼ା ମତକୁ ପ୍ରସାରଣ କରିଥିବା ବିଜେପି ପକ୍ଷରୁ ଅଭିଯୋଗ ହୋଇଥିଲା।
ଏନେଇ ତଦନ୍ତ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭାରତୀୟ ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଭାରତୀୟ ନିର୍ବାଚନ ଆୟୋଗଙ୍କୁ ରିପୋର୍ଟ ଦେବାକୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି।

ad-week
Leave A Reply

Your email address will not be published.