ପୁରୀ ବାଣ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ, ମୃତକଙ୍କ ସଂଖ୍ୟା ୬କୁ ବୃଦ୍ଧି

add-all

ଭୁବନେଶ୍ବର/ପୁରୀ: ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନିତି ଚାଲୁଥିବା ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିସନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ଏଥି ସହିତ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରୁ ମିଳିଥିବା ତଥ୍ୟ ଆଧାରରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ସୂଚନା ମିଳିଛି। ଚିକିତ୍ସାଧୀନ ଅବସ୍ଥାରେ ଏହି ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଆହତ ହୋଇଥିବା ଆହୁରି ୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସରକାର ସ୍ଥିତି ଉପରେ ନଜର ରଖିଥିବା ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବା ଦିଗରେ ପୁରୀ ଜିଲ୍ଲାପାଳ ପଦକ୍ଷେପ ନେଇ ସାରିଥିବା କୁହାଯାଇଛି।

ସୂଚନାଯୋଗ୍ୟ, ଗତ ବୁଧବାର (ମେ’ ୨୯ ତାରିଖ) ପୁରୀରେ ନରେନ୍ଦ୍ର ପୁଷ୍କରିଣୀ ମହାପ୍ରଭୁଙ୍କ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ପ୍ରାୟ ୪୦ ଜଣ ଆହତ ହୋଇଥିଲେ। ଯେଉଁମାନଙ୍କର ସ୍ଥିତି ଗୁରୁତର ଥିଲା ସେମାନଙ୍କୁ କଟକ ଓ ଭୁବନେଶ୍ବରର ବିଭିନ୍ନ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସାମାନ୍ୟ ଆହତ ଥିବା ଲୋକଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ସୁବିଧା ଦିଆଯାଇଥିଲା।

ad-week
Leave A Reply

Your email address will not be published.