ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିଲେ, ଦୁର୍ଘଟଣାରେ ଚାଲିଗଲା ବାପାର ଜୀବନ

add-all

ସୋର : ଆଜି ସାବିତ୍ରୀ ବ୍ରତ । ଝିଅ ଘରକୁ ଭାର ଦେବାକୁ ଯାଇଥିଲେ। ହେଲେ ଫେରିଲା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାର ଜୀବନ। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିଛନ୍ଦା ଘାଟ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ବାଲିମେଦ ଅଞ୍ଚଳର ସୁନିଲ ବାରିକ୍ ।

ଗତକାଲି ରାତିରେ ସୁନୀଲ ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ସୁନୀଲଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଅନନ୍ତପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ତେବେ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଘଟଣା ସଂପର୍କରେ ଲୋକେ ଲୋକେ ଅନନ୍ତପୁର ଫାଣ୍ଡିକୁ ଖବର ଦେଇଥିଲେ। ଫାଣ୍ଡି ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।

ad-week
Leave A Reply

Your email address will not be published.