ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

add-all

ଖୋର୍ଦ୍ଧା: ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବଙ୍କୁ  ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନି ଦିନିଆ ଅନ୍ତରୀଣ ଦେଇଛନ୍ତି ଖୋର୍ଦ୍ଧା ଏଡିଜେ-୧ କୋର୍ଟ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ ଓ ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା। ଆସନ୍ତା ୯ରୁ ୧୧ ତାରିଖ ଯାଏଁ ଜାମିନରେ ରହିବେ ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବ। ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା। ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଛନ୍ତି।

ad-week
Leave A Reply

Your email address will not be published.