ଚାରିଦ୍ବାର ଖୋଲିଲା, ମହାପ୍ରଭୁଙ୍କ ଦର୍ଶନ କରି ଶ୍ରୀମନ୍ଦିରର ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ

add-all

ପୁରୀ: ଗୁରୁବାର ସକାଳେ ଶ୍ରୀମନ୍ଦିରର ୪ ଦ୍ବାରା ଖୋଲାଯିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। । ମଙ୍ଗଳ ଆଳତୀ ପରେ ସେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଶ୍ରୀମନ୍ଦିର ଚାରିପାଖ ପରିକ୍ରମା କରିଛନ୍ତି। ଏଥିସହ ଶ୍ରୀମନ୍ଦିର ଚତୁର୍ପାର୍ଶ୍ବର ସ୍ଥିତି ମଧ୍ୟ ପରଖିଛନ୍ତି। ଅନେକ ପ୍ରତୀକ୍ଷାର ଅନ୍ତ ଘଟିବା ସହ ଭକ୍ତଙ୍କ ଇଚ୍ଛା ପୂରଣ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଗୁରୁବାର ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ କାମନା କରିଥିଲେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରି ସେ ଚାରି ଦ୍ଵାର ପ୍ରଦକ୍ଷିଣ କରିଥିଲେ। ଏହା ସହିତ ସବୁ ଦ୍ଵାର ଖୋଲା ଯାଇଥିଲା।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭକ୍ତମାନଙ୍କ ଭାବାବେଗକୁ ଓ ସେମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ କ୍ୟାବିନେଟରେ ଏଥିପାଇଁ ନିଷ୍ପତ୍ତି ନିଆ ଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ଆଜି ଚାରି ଦ୍ଵାର ଖୋଲାଗଲା।
ସୂଚନାଯୋଗ୍ୟ, ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବାକୁ ନିଷ୍ପତ୍ତି ରାଜ୍ୟ ସରକାର ନେଇଥିଲେ । ଏହା ଅନୁସାରେ ଗୁରୁବାର ସକାଳେ ମଙ୍ଗଳ ଆଳତି ପରେ ଉକ୍ତଙ୍କ ପାଇଁ ପୁରୀ ଶ୍ରୀମନ୍ଦିରର ୪ ଦ୍ବାର ଖୋଲିଛି। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲୋକ ସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଥିଲେ।

ad-week
Leave A Reply

Your email address will not be published.