ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ: ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ

add-all

ସୁଆଣ୍ଡୋ: ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଗାଁ ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚିଛନ୍ତି। ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିବା ପରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ସେଠାରେ ସ୍ଥାନୀୟ ଲୋକଙ୍କ ସହିତ ମଧ୍ୟ ସେ କଥା ହୋଇଥିଲେ। ସେମାନଙ୍କ ସୁବିଧା ଅସୁବିଧା କଥା ପଚାରି ବୁଝିଥିଲେ।
ତାଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି. ସିଂହଦେଓ, ପ୍ରଭାତୀ ପରିଡ଼ା, ପୁରୀ ଏମପି ସମ୍ବିତ ପତ୍ର, ବାଲେଶ୍ୱର ଏମପି ପ୍ରତାପ ଷଡ଼ଙ୍ଗୀ, ବଲାଙ୍ଗୀର ଏମପି ସଂଗୀତ ସିଂହଦେଓ ଏବଂ ପୁରୀ ଜିଲାପାଳ ପ୍ରମୁଖ ଉପସ୍ଥିତି ରହିଥିଲେ। ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତି ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି,
ଖୁବ୍ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।
ସୂଚନାଯୋଗ୍ୟ,ଗୁରୁବାର ସକାଳୁ ସକାଳୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲି ରାଜ୍ୟର ନୂଆ ସରକାର ଲୋକମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଉପସ୍ଥିତିରେ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ କରାଇଥିଲେ। ଏହାପରେ ସେଠାରୁ ବାହାରି ମୁଖ୍ୟମନ୍ତ୍ରୀ ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମସ୍ଥାନ ସୁଆଣ୍ଡୋରେ ପହଞ୍ଚିଥିଲେ।

ad-week
Leave A Reply

Your email address will not be published.