କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ ସାହିତ୍ୟ ଏବଂ ଯୁବ ପୁରସ୍କାର ଘୋଷିତ

add-all

ନୂଆଦିଲ୍ଲୀ : କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରଦାନ କରାଯାଉଥିବା ବାଲ୍ ପୁରସ୍କାର ଓ ଯୁବ ପୁରସ୍କାର ଘୋଷଣା କରାଯାଇଛି। ଆଜି ଗୁଜରାଟର ନର୍ମଦା ଜିଲ୍ଲାରେ ଅନୁଷ୍ଠିତ କେନ୍ଦ୍ର ସାହିତ୍ୟ ଏକାଡେମୀର କାର୍ଯ୍ୟନିର୍ବାହୀ ବୈଠକରେ ଏହି ଘୋଷଣା କରାଯାଇଛି।
୨୦୨୪ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୪ଟି ଭାଷାରେ ୨୪ ଜଣ ଲେଖକଙ୍କୁ ବାଲ ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ଓଡ଼ିଆ ଭାଷା ପାଇଁ ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲ ପାଇବେ ଚଳିତ ୨୦୨୪ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ ସାହିତ୍ୟ ପୁରସ୍କାର। ସେ ତାଙ୍କ ପୁସ୍ତକ ‘ଗପ କଳିକା’ ପାଇଁ ଏହି ପୁରସ୍କାର ପାଇବେ। ପୁରସ୍କାର ବାବଦକୁ ତାଙ୍କୁ ଏକ ତାମ୍ରଫଳକ ସହିତ ୫୦ ହଜାର ଟଙ୍କାର ଏକ ଚେକ୍ ମଳିବି। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପରବର୍ତ୍ତୀ ସମୟରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ କରାଯିବ।
ସେହିପରି ୨୦୨୪ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ୨୩ଟି ଭାଷାରେ ୨୩ ଜଣ ଲେଖକଙ୍କୁ ଯୁବ ପୁରସ୍କାର ପ୍ରଦାନ କରାଯିବାକୁ ଘୋଷଣା କରାଯାଇଛି। ଓଡ଼ିଆ ଭାଷା ପାଇଁ ଯୁବ କଥାକାର ସଞ୍ଜୟ କୁମାର ପଣ୍ଡା ପାଇବେ ଚଳିତ ୨୦୨୪ ବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର। ସେ ତାଙ୍କ ପୁସ୍ତକ ‘ହୁ ବାଇଆ’ ପାଇଁ ଏହି ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ପୁରସ୍କାର ବାବଦକୁ ତାଙ୍କୁ ଏକ ତାମ୍ରଫଳକ ସହିତ ୫୦ ହଜାର ଟଙ୍କାର ଏକ ଚେକ୍ ମଳିବି। କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ପରବର୍ତ୍ତୀ ସମୟରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ପୁରସ୍କାର ପ୍ରଦାନ
ସୂଚନାଯୋଗ୍ୟ, କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଆଜି ସଂସ୍କୃତ ଭାଷା ପାଇଁ ଯୁବ ପୁରସ୍କାର ଘୋଷଣା କରାଯାଇ ନାହିଁ। ପରବର୍ତ୍ତୀ ସମୟରେ ଏନେଇ ଘୋଷଣା କରାଯିବ ବୋଲି ଏକାଡେମୀ ପକ୍ଷରୁ କୁହାଯାଇଛି।

ad-week
Leave A Reply

Your email address will not be published.