ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

add-all

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଜଳସେଚନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି, ବନ୍ୟାକୁ ନେଇ ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି। ଦୁର୍ବଳ ନଦୀ ବନ୍ଧ ଗୁଡ଼ିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ନିୟନ୍ତ୍ରଣ କକ୍ଷକୁ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଅଫିସରମାନଙ୍କୁ ପ୍ରସ୍ତୁତ ରଖିବାକୁ ବି କୁହାଯାଇଛି। ତହସିଲଦାର ଏବଂ ଆମ ବିଭାଗ ଦୁର୍ବଳ ନଦୀବନ୍ଧ ଗୁଡିକର ତଦାରଖ କରୁଛନ୍ତି।
ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମେଗା ଲିଫ୍ଟ, ମାଇନର ଲିଫ୍ଟ ଇରିଗେଶନ ଏବଂ ଡିପ ବୋରୟଲ ଗୁଡିକ ଶୀଘ୍ର ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ad-week
Leave A Reply

Your email address will not be published.