ଜେପି ନଡ୍ଡା ରାଜ୍ୟସଭା ନେତା ନିର୍ବାଚିତ

add-all

ବିଜେପି ସଭାପତି ତଥା କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା। ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। 

ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପଦ ମିଳିଛି। ଚଳିତ ମାସ ପ୍ରାରମ୍ଭରେ ସେ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ବ୍ୟତୀତ ତାଙ୍କୁ ରସାୟନ ଓ ସାର ମନ୍ତ୍ରଣାଳୟ ଦାୟିତ୍ୱ ମଧ୍ୟ ଦିଆଯାଇଛି।

ବର୍ତ୍ତମାନ ସେ ରାଜ୍ୟସଭାର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ପିୟୂସ ଗୋଏଲଙ୍କ ସ୍ଥାନରେ ରାଜ୍ୟସଭାର ନେତା ଭାବେ ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି।

ସେପଟେ ଆଜିଠୁ ଲୋକସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି। ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ଭାବେ ଶପଥ ନେବା ପରେ ଅନ୍ୟ ସାଂସଦମାନେ ଶପଥପାଠ କରିଛନ୍ତି। ଏହି ଅବସରରେ ୧୮ତମ ଲୋକସଭାକୁ ଏକ ଭଲ ସଙ୍କେତ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।

ad-week
Leave A Reply

Your email address will not be published.