ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି

add-all

ଭୁବନେଶ୍ବର: ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି। ଏହି ଦିନ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ଏହା ସହ ଦଳ ଅଭିଯୋଗ କରିଛି ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି। ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ରର ହତ୍ୟା କରିଥିଲା କଂଗ୍ରେସ। ବିରୋଧୀ ଦଳଙ୍କୁ ଜେଲରେ ପୁରାଇ ଥିଲେ, ୧୯ ମାସ ଧରି ତାନାଶାହି ଶାସନ ଚଳାଇ ଥିଲେ। କ୍ଷମତା ଖସିବା ଭୟରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ନିଜର ସ୍ୱାର୍ଥ ଓ ପଦବୀର ସୁରକ୍ଷା ପାଇଁ ସେ ଏପରି କରିଥିଲେ। ତେବେ ବିଜେପି ଏକ ଦାୟିତ୍ୱସମ୍ପନ ଦଳ ହିସାବରେ ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବୋଲି କୁହାଯାଇଛି।

ad-week
Leave A Reply

Your email address will not be published.