ପେପର୍ ମିଲ୍‌ରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

add-all

ବଲାଙ୍ଗିର: ପେପର ମିଲରେ ଭୟାଭୟ ଅଗ୍ନିକାଣ୍ଡ। ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର ମିଲ୍‌ରେ ଭୟଙ୍କର ନିଆଁ ଲାଗିଥିବା ଜଣାପଡିଛି। ଏହି ଘଟଣାରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା। କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡିଛି ।

ଗୋଦାମ ଘରେ କାଗଜ ଏବଂ ବିଭିନ୍ନ ପ୍ରକାର କେମିକାଲ ଥିବାରୁ ନିଆଁ ଦ୍ରୁତ ଗତିରେ ବ୍ୟାପିଯାଇଥିଲା। ପରେ କାରଖାନାରେ କାର୍ଯ୍ୟରତ କର୍ମଚାରୀ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ଶେଷରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ ଅଗ୍ନିଶମବାହିନୀ।

ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବାର ଖବର ମିଳିନି। କିନ୍ତୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ନଷ୍ଟ ହୋଇଥିବା ସୂଚନା ମିଳିଛି। ତେବେ ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ଜଣାପଡିନାହିଁ । ଆଜି ଛୁଟି ଦିନ ଥିବାରୁ କାରଖାନାରୁ କେହି କର୍ମଚାରୀ ଆସିନଥିଲେ। ତେଣୁ ଏକ ବଡ ଅଘଟଣ ବର୍ତ୍ତିଯାଇଛି ବୋଲି କୁହାଯାଇପାରିବ।

ad-week
Leave A Reply

Your email address will not be published.