ଶ୍ରୀକ୍ଷେତ୍ରରେ ରଥ ଟଣା ବେଳେ ଅଘଟଣ; ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

add-all

ପୁରୀ : ଶ୍ରୀକ୍ଷେତ୍ରରେ ରଥ ଟଣା ବେଳେ ଅଘଟଣ ଘଟିଛି। ତାଳଧ୍ୱଜ ରଥ ଟଣା ବେଳେ ଅଣନିଶ୍ୱାସୀ ହୋଇ ଜଣେ ଶ୍ରଦ୍ଧାଳୁ ତଳେ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରାଯାଇ ପୁରୀ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ ବ୍ୟକ୍ତି ଜଣକ ଅଣ ଓଡ଼ିଆ ବୋଲି ଜଣାପଡ଼ୁଛି। ହେଲେ ତାଙ୍କର ପରିଚୟ ଜଣାପଡ଼ି ନାହିଁ।
ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ କହିବା ଅନୁସାରେ ମୃତ ବ୍ୟକ୍ତି ଜଣକ ରଥ କର୍ଡନ ପାର୍ଶ୍ୱରେ ପଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାରକାରୀ ଦଳ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିଙ୍କର ପରିଚୟ ଜଣାପଡ଼ିନି। ଏହାକୁ ଦଳାଚକଟା ଜନିତ ମୃତ୍ୟୁ ବୋଲି କୁହାଯିବ ନାହିଁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ସେପଟେ ଆଜି ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି ସହିତ ଭୀଷଣ ଗୁଳୁଗୁଳି ହେଉଛି। ଯେଉଁଥିପାଇଁ ଜୀବନଯାତ୍ରା ପ୍ରଭାବିତ ହୋଇଛି। ପ୍ରବଳ ଗୁଳୁଗୁଳି ଯୋଗୁ ପର୍ଯ୍ୟାୟ କ୍ରମେ ୬୦୦ରୁ ଅଧିକ ଶ୍ରଦ୍ଧାଳୁ ଅସୁସ୍ଥ ହୋଇଥିଲେ। ସମସ୍ତଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ କେତେକ ଶ୍ରଦ୍ଧାଳୁ ମେଡ଼ିକାଲ୍‌ରୁ ଡିସ୍‌ଚାର୍ଜ ହୋଇଥିବା ବେଳେ ଆଉ କିଛି ଏବେ ମଧ୍ୟ ଚିକିତ୍ସିତ ହେଉଛନ୍ତି।

ad-week
Leave A Reply

Your email address will not be published.