ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

add-all

ପୁରୀ : ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ସାକ୍ଷାତ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରବିବାର ପବିତ୍ର ରଥଯାତ୍ରା ଅବସରରେ ଗୋବର୍ଦ୍ଧନ ପୀଠରେ ସେ ଶଙ୍କରାଚାର୍ଯ୍ୟଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଆଜି ଭଳି ଦିନରେ ଗୁରୁଜୀଙ୍କୁ ଭେଟିବା ସୌଭାଗ୍ୟର କଥା ବୋଲି ସାକ୍ଷାତ ପରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଓଡ଼ିଶାର ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର ଓ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ଜଗତ୍‌ଗୁରୁଙ୍କ ଆଶୀର୍ବାଦ ନେଇଥିଲେ।

ad-week
Leave A Reply

Your email address will not be published.