କାଲି ଖୋଲିବ ରତ୍ନଭଣ୍ଡାର

add-all

କଟକ : କାଲି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ଏହି ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ନେଇ ଏସ୍‌ଓପିକୁ ସରକାର ମଂଜୁର କରିଛନ୍ତି ବୋଲି ସେ କହିଛନ୍ତି।
ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ଏହା କ୍ରମାଗତ ଭାବେ ଚାଲିବ। କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ।

ad-week
Leave A Reply

Your email address will not be published.