ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ, ଜଳିଲା ଆଇସିୟୁ ଡ୍ୟୁଟି ରୁମ

add-all

ବାରିପଦା: ପୁଣି ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ। ବାରିପଦାରେ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ। ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲରେ ନିଆଁ ଲାଗିଛି। ଆଜି ଭୋର୍ ସମୟରେ ଦ୍ବିତୀୟ ମହଲାର ଆଇସିୟୁ (ICU) ଡ୍ୟୁଟି ରୁମରେ ନିଆଁ ଲାଗିଥିବା ସୂଚନା ରହିଛି।

ଏସିରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। କେହି ରୋଗୀ ନଥିବାରୁ ଟଳିଲା ଅଘଟଣ। ଭୋର ସମୟରେ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଘଟଣାର ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ। ସମସ୍ତ ରୋଗୀ ସୁରକ୍ଷିତ ଥିବା ସୂଚନା ମିଳିଛି । ତେବେ କେଉଁ ନିର୍ଦ୍ଦିଷ୍ଟ କାରଣରୁ ନିଆଁ ଲାଗିଲା ସେନେଇ ଅଗ୍ନିଶମ ବାହିନୀ ତଦନ୍ତ ଆରମ୍ଭ କରିଛି ।

ସୂଚନା ଥାଉକି କଟକର ପୁରୀଘାଟ ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଶନିବାର ଅପରାହ୍ନରେ ହଠାତ୍ ନିଆଁ ଲାଗିଯାଇଥିଲା। ହସ୍ପିଟାଲର ୩ୟ ମହଲାରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଉପର ମହଲାରେ ରୋଗୀଥିବା ବେଳେ ଅଗ୍ନିଶମ ଟିମ୍ ପାଇଁ ଚ୍ୟାଲେଞ୍ଜ ହୋଇଥିଲା। ନିଆଁର ତୀବ୍ରତା ଏତେ ଅଧିକ ଥିଲା ଯେ ପାଖରେ ଥିବା ତ୍ରୀଶା ଚାଇଲ୍ଡ କେୟାର ମଧ୍ୟ ପ୍ରଭାବିତ ହୋଇଥିଲା। ଘଟଣାରେ ମୋଟ ୪୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେଥିରୁ ୩୪ ଜଣଙ୍କୁ ଏସସିବି ସ୍ଥାନାନ୍ତର କରାଯାଇଛି। ସେଥିରେ ୧୭ ଜଣ ନବଜାତ ଶିଶୁ ରହିଛନ୍ତି। ବାକି ୧୧ ଜଣ ଅନ୍ୟାନ୍ୟ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ସେଥିମଧ୍ୟରୁ ଗତକାଲି ଜଣଙ୍କର ମୃତ୍ୟୁ ଘଟିଛି।

ad-week
Leave A Reply

Your email address will not be published.