ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

add-all

ବ୍ରହ୍ମପୁର : ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌। ଗଞ୍ଜାମ ଜିଲ୍ଲା କୋଟିନଡା ଥାନା ଅନ୍ତର୍ଗତ ଡିପଲ ସ୍କୁଲ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆଜି ସକାଳେ ବାଇକ୍ ଆରୋହୀ ଜଣଙ୍କ ଆସୁଥିବା ବେଳେ ବୀପରିତ ଦିଗରୁ ଆସୁଥିବା ମାଲବାହୀ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ପରେ ବାଇକ ଆରୋହୀ ଜଣଙ୍କ ଛିଟିକି ତଳେ ପଡ଼ି ଯାଇଥିଲେ। ଟ୍ରକ୍‌ଟି ତାଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

ଟ୍ରକର ଟାୟାର ପମ୍ପଚର ହେବା ଯୋଗୁ ଏହି ଦୁର୍ଘଟଣା ଘଟିଛି ବୋଲି ଅନୁମାନ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

ad-week
Leave A Reply

Your email address will not be published.