ଦୁର୍ଲଭ ସୁନାବେଶରେ ତିନି ଠାକୁର, ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ ସୁନାବେଶ ଦର୍ଶନ

add-all

ପୁରୀ: ଆଜି ସୁନାବେଶରେ ମହଣ ମହଣ ସୁନାରେ ସୁଶୋଭିତ ହୋଇ ଝଟକୁଛନ୍ତି ରଥାରୁଢ଼ ମହାପ୍ରଭୁ । ସୁବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇଛନ୍ତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା । ଚତୁର୍ଦ୍ଧାମୂର୍ତ୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ବର ବେଶ ବୋଲି ମଧ୍ୟ କୁହାଯାଏ । ଶୃଙ୍ଗାର ପ୍ରିୟ ଠାକୁରଙ୍କର ୨୪ ବେଶ ମଧ୍ୟରୁ ଶ୍ରୀମନ୍ଦିରରେ ୨୨ବେଶ ହୋଇଥାଏ । ମହାପ୍ରଭୁଙ୍କ ସୁନା ବେଶ ଦେଖିବା ପାଇଁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଲାଗି ରହିଛି। ରାତ୍ର ୧୧ଟା ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତି ନେଇଛି‌।

ସକାଳୁ ତିନିରଥ ଉପରେ ଦୈନନ୍ଦିନ ନୀତି କରାଯାଇ ମଧ୍ୟାହ୍ନ ଧୂପ ଓ ମଇଲମ ନୀତି ପରେ ମହଣ ମହଣ ସୁନାରେ ବିଭୂଷିତ ହୋଇଛନ୍ତି ଶ୍ରୀଜିଉ।‌ ମହାପ୍ରଭୁଙ୍କ ଏହି ଦୁର୍ଲ୍ଲଭ ସୁନାବେଶ ଦେଖିବା ପାଇଁ ଆଜି ସକାଳୁ ସକାଳୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇ ଉଠିଛି। ରଥ ଉପରେ ଅନ୍ୟାନ୍ୟ ନୀତି ବଢି ମଧ୍ୟାହ୍ନ ଧିପ, ମଇଲମ ପରେ ଅପରାହ୍ନରେ ମେକାପ ସର୍ବାଙ୍ଗ ନୀତି ସମ୍ପର୍ଣ୍ଣ ହେବା ପରେ ମହାପ୍ରଭୁଙ୍କୁ ସୁନାବେଶରେ ସଜ୍ଜିତ କରାଯାଇଛି। ଭକ୍ତ ମାନେ ସନ୍ଧ୍ୟା ୫ଟାରୁ ମହାପ୍ରଭୁଙ୍କ ଏହି ସୁନାବେଶ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।  

ରାତ୍ର ୧୧ଟା ପର୍ଯ୍ୟନ୍ତ ଭକ୍ତ ମାନେ ମହାପ୍ରଭୁଙ୍କ ସୁନାବେଶ ଦେଖିପାରିବେ ବୋଲି ମଧ୍ୟ ପ୍ରଶାସନ ନିଷ୍ପତି ନେଇଛି‌। ବେଶ ଓଲାଗି ପରେ ବଡସିଂହାର ବେଶ ଓ ରାତ୍ର ପହୁଡ ହେବ। ତେବେ ଶ୍ରୀଜିଉଙ୍କର ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ଯରେ ସୁନାବେଶ ଅର୍ଥାତ ବଡତଢାଉ ବେଶ ଅନ୍ଯତମ। ଶ୍ରୀବଳଭଦ୍ର ଶ୍ରୀପୟର, ଶ୍ରୀଭୁଜ, କିରିଟି, ଘାଗଡାମାଳି, କଦମ୍ବମାଳି, କାନ କୁଣ୍ଡଳ, କମରପଟି,ଆଡକାନି, ଚନ୍ଦ୍ରିକା, ସେବତୀ ମାଳି, ବାଘନଖ ମାଳି, ବାହାଡାମାଳି, ଅସ୍ତ୍ରହଳ ଓ ମୁଷଳ, ତିଳକ, ତ୍ରୀଖଣ୍ଡିକା,ଓ ଝୋବାକଣ୍ଠି,ଆଦି ପରିଧାନ କରିଥାନ୍ତି। 

ଦେବୀ ସୁଭଦ୍ରାଙ୍କୁ କିରିଟି, ଓଡିଆଣି, କାନ, ଚନ୍ଦ୍ରସୂର୍ଯ୍ୟ, ଦୁଇଟି ତଗଡି, ସେବତୀ ମାଳି, ଘାଗଡାମାଳି, କଦମ୍ବମାଳି ଆଦି ପରିଧାନ କରିଥାନ୍ତି। ସେହିଭଳି ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀପୟର, ଶ୍ରୀଭୁଜ, କିରିଟି, ଆଦି ଅନେକ ସୁନା ଅଳଙ୍କାର ସହ ସ୍ୱର୍ଣ୍ଣଚକ୍ର, ରୌପ୍ଯ ଶଙ୍ଖ, କମରପଟି, କର୍ଣ୍ଣକୁଣ୍ଡଳ, ଚନ୍ଦ୍ରସୂର୍ଯ୍ୟ, ଆଡ଼କାନି, ଘାଗଡାମାଳି, କଦମ୍ବମାଳି, ତିଳକତ୍ରୀଖଣ୍ଡିକା, ସେବତୀମାଳି, ଝୋବା କଣ୍ଠି, ତାବିଜ ମାଳି ଓ ବାହାଡା ମାଳି ପରିଧାନ କରି ଭକ୍ତଙ୍କୁ ରଥ ଉପରେ ସୁନା ବେଶରେ ଦର୍ଶନ ଦେବେ। 

୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ। ଏହି ମନମୁଗ୍ଧକର ବେଶ ବର୍ଷକରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବାରୁ ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି  ବିଶ୍ୱାସ ରହିଛି।

ad-week
Leave A Reply

Your email address will not be published.