ଶ୍ରାବଣ ପ୍ରଥମ ସୋମବାର, କମିଶନରେଟ୍ ପୋଲିସର ସୁରକ୍ଷା ବ୍ୟବସ୍ତା କଡାକଡି

add-all

ଭୁବନେଶ୍ବର: ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର। ଦେବଦେବ ମହାଦେବଙ୍କୁ ଜଳଲାଗି କରିବେ ଶିବଭକ୍ତ । ସେଥିପାଇଁ ଆଜିଠୁ କଟକର ଐତିହାସିକ ଗଡଗଡ଼ିଆ ଘାଟରୁ ଜଳ ନେଇ ରାଜ୍ୟର ବିଭିନ୍ନ ଶୈବାଳୟକୁ ଯାତ୍ରା ଆରମ୍ଭ କରିଛନ୍ତି ଶିବଭକ୍ତ କାଉଡ଼ିଆ। ବୋଲବମ… ହରହର ବମ… ଧ୍ୱନୀରେ ପ୍ରକମ୍ପିତ ହେଉଛି ମହାନଦୀର ଗଡଗଡ଼ିଆ ଘାଟ ।

ଅନ୍ୟପଟେ କାଉଡ଼ିଆଙ୍କ ସୁରକ୍ଷା ପାଇଁ ମୁତୟନ ରହିଛନ୍ତି ଅଗ୍ନିଶମ ଓ ପୁଲିସ । ପବିତ୍ର ନଦୀର ଜଳ ଆଣି, ବାଲିରେ ମହାଦେବଙ୍କୁ ଫୁଲ ଚନ୍ଦନ ଧୂପ ଦୀପ ଦେଇ ପୂଜାର୍ଚ୍ଚନା କରିବା ପରେ କାନ୍ଧରେ ବାହୁଙ୍ଗି ଓ କଳସ ଧରି ରାଜ୍ୟର ବିଭିନ୍ନ ଶୈବାଳୟ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି କାଉଡିଆ । କିଏ ବାବା ଲିଙ୍ଗରାଜଙ୍କ ପାଖକୁତ ଆଉ କିଏ ଧବଳେଶ୍ବରଙ୍କ ନିକଟକୁ ଆଉ କିଛି ଭକ୍ତ ଲୋକନାଥ ଓ ଆରଡି ଭଳି ଦୂର ସ୍ଥାନକୁ ଯାତ୍ରା କରୁଛନ୍ତି।

ଅନ୍ୟପଟେ କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରିତିକର ପରିସ୍ଥିତିକୁ ରୋକିବା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ରାଜଧାନୀରେ କାଉଡ଼ିଆ ଯିବା ଆସିବା ବାଟରେ ମୋବାଇଲ ପାଟ୍ରୋଲିଂ ଟିମ, ପିସିଆର ରହିବ। ଛକ ମାନଙ୍କରେ ଫାଷ୍ଟଏଡ଼ ଓ ମୋବାଇଲ ମେଡ଼ିକାଲ ୟୁନିଟ ରହିବ। ଜଳ ଉଠାଇବା ସ୍ଥାନ ବା ବିଭିନ୍ନ ନଦୀ ପଠାରେ ଓଡ୍ରାଫ ଓ ଅଗ୍ନିଶମ ବାହିନୀ ନିୟୋଜିତ ରହିବେ। ସେପଟେ ଲିଙ୍ଗରାଜ ମନ୍ଦିର ଓ ଅନ୍ୟ ୨୬ ଟି ସ୍ଥାନରେ ୨ ଜଣ ଅତିରିକ୍ତ ଡିସିପି, ୪ ଜଣ ଏସିପି, ୬ ଇନ୍ସପେକ୍ଟର, ୩୦ ସବଇନ୍ସପେକ୍ଟର ଓ ଏଏସଆଇ ଙ୍କ ସହ ମୋଟ ୧୫ ସେକ୍ସନ ଫୋର୍ସ ମୁତୟନ ହେବେ ବୋଲି ସୂଚନା ଦେଇଛି କମିଶନରେଟ୍ ପୁଲିସ।

ad-week
Leave A Reply

Your email address will not be published.