ଦୁଇ ଦିନ ମଧ୍ୟରେ ଭିତର ରତ୍ନଭଣ୍ଡାର ଯାଞ୍ଚ କରିବ ଏଏସଆଇ: ଆଇନ ମନ୍ତ୍ରୀ

add-all

ଭୁବନେଶ୍ୱର: ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଭିତର ରତ୍ନ ଭଣ୍ଡାରର ଭିତର ଅଂଶକୁ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରିବ। ଏନେଇ ସୋମବାର ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ତେବେ ସମସ୍ତ ଅଳଙ୍କାର ଏବଂ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ଭିତର କୋଠରୀରୁ ସ୍ଥାନାନ୍ତରିତ ହୋଇସାରିଛି। ପ୍ରଥମେ ରତ୍ନଭଣ୍ଡାରର ଅନୁଧ୍ୟାନ କରିବ ଏଏସଆଇ ଟିମ୍ । ଭଣ୍ଡାର ଭିତରର ସ୍ଥିତି ଦେଖିବା ପରେ ମରାମତି ପାଇଁ କେତେ ଦିନ ଲାଗିବ କେବେଠୁ ଆରମ୍ଭ ହେବ ସେନେଇ ଆଲୋଚନା ହେବ ।

ad-week
Leave A Reply

Your email address will not be published.