ଭବାନୀ ଭୋଇ ବିଜେପିର ଉପ ବାଚସ୍ପତି ପ୍ରାର୍ଥୀ

add-all

ଭୁବନେଶ୍ବର : ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବା ପରେ ଉପ ବାଚସ୍ପତି ପଦ ଖାଲି ପଡ଼ିଥିଲା। ଆଜି ଭାରତୀୟ ଜନତା ପାର୍ଟି ତଳସରା ବିଧାୟକ ଭବାନୀ ଭୋଇଙ୍କୁ ଉପ ବାଚସ୍ପତି ପ୍ରାର୍ଥୀ କରିଛି।
ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଜେପି ଏହି ଘୋଷଣା କରିଛି। ବିଧାନସଭା ସଚିବଙ୍କ ପାଖରେ ଭବାନୀ ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ। ତେବେ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।
ଭବାନୀ ଭୋଇ ତଳସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଭବାନୀ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପ୍ରାୟ ୧୫ ହଜାର ଭୋଟରେ ପରାସ୍ତ କରିଥିବା ବେଳେ ୨୦୨୪ରେ ମଧ୍ୟ ବିଜେଡି ପ୍ରାର୍ଥୀ ବିନୟ କୁମାର ଟାପୁଙ୍କୁ ପ୍ରାୟ ୧୭ ହଜାର ଭୋଟରେ ପରାସ୍ତ କରିଥିଲେ।

ad-week
Leave A Reply

Your email address will not be published.