ପୂର୍ବ ସରକାରଙ୍କ ବେପରୁଆ କାମ ଯୋଗୁଁ ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର ଫେରିଯାଇଥିଲା: ମନ୍ତ୍ରୀ ରବି ନାୟକ

add-all

ଭୁବନେଶ୍ବର: ପୁଣି ପୂର୍ବ ବିଜେଡି ସରକାର ଉପରେ ଦୋଷ ଲଦିଲେ ମନ୍ତ୍ରୀ। ତତ୍କାଳୀନ ବିଜେଡି ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ନ ଦେବାରୁ ଘର ଖଣ୍ଡେ ପାଇଲେନି ଲୋକେ। ପୂର୍ବ ସରକାରଙ୍କ ବେପରୁଆ କାମ ଯୋଗୁଁ ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର ଫେରିଯାଇଥିବା ବିଭାଗୀୟ ମନ୍ତ୍ରୀ ରବି ନାୟକ ସୂଚନା ଦେଇଛନ୍ତି।
ବିଧାନସଭାରେ ବିଜେପି ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଉତ୍ତର ରଖି ପଞ୍ଚୟତିରାଜ ମନ୍ତ୍ରୀ ରବି ନାୟକ କହିଛନ୍ତି, ୨୦୧୬ରୁ ୨୦୨୪ ମଧ୍ୟରେ ତତ୍କାଳୀନ ସରକାର ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଦେଇନାହାନ୍ତି। ଫଳରେ ୬ ଲକ୍ଷ ୫୬ ହଜାର ୯୪୫ ପକ୍କା ଘର ଫେରି ଯାଇଛି। ୨୦୧୪ରୁ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୭ ହଜାର ୮୪୭ ପକ୍କା ଘର ନିର୍ମାଣ ଶେଷ ହୋଇଥିବା ବେଳେ ୫ ଲକ୍ଷ ୨୭ ହଜାର ୬୦୪ ଗୃହ ନିର୍ମାଣଧୀନ ରହିଛି। ଏହା ବାଦ୍ ମଞ୍ଜୁର ହୋଇଥିବା ୩୨ ହଜାର ୯୧୩ ପକ୍କା ଘର କାମ ଆରମ୍ଭ ହୋଇପାରି ନାହିଁ। ବର୍ତ୍ତମାନ ସୁଦ୍ଧା ଓଡିଶାକୁ ୪୨ ଲକ୍ଷ ୧୮ ହଜାର ୩୬୪ ପକ୍କା ଘର ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର। ଏବେ ବି ୧ ଲକ୍ଷ ୨୬ ହଜାର ୭୧୯ ପରିବାର ଆବାସ ପାଇଁ ଆବେଦନ କରି ଘର ଅପେକ୍ଷାରେ ଅଛନ୍ତି।

ad-week
Leave A Reply

Your email address will not be published.