ହିମାଚଳ ଓ ଉତ୍ତରାଖଣ୍ଡରେ ଜଳ ପ୍ରଳୟ, ୧୩ ମୃତ

add-all

ଡେରାଡୁନ : ଉତ୍ତର ଭାରତରେ ଦାଉ ସାଧିଛି ପ୍ରକୃତି। ହିମାଚଳପ୍ରଦେଶ ଓ ଉତ୍ତରାଖଣ୍ଡରେ ଦେଖିବାକୁ ମିଳିଛି ପ୍ରକୃତିର ତାଣ୍ଡବ। ଉଭୟ ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁ ଜଳ ପ୍ରଳୟ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ଡ୍ୟାମ୍‌ କାନ୍ଥ ଭାଙ୍ଗିଛି ତ ଆଉ କେଉଁଠି ଘର ଧୋଇ ହୋଇଯାଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ମିଳିଛି।
କୁଲୁ, ମଣ୍ଡି ଏବଂ ରାମପୁରରେ ବାଦଲ ଫଟା ବର୍ଷାରେ ପ୍ରଳୟ ସୃଷ୍ଟି ହୋଇଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ବର୍ଷାରେ ଅନେକ ଘର ଧୋଇ ହୋଇ ଯାଇଛି। ରାମପୁର ସମେଜ ଗାଁରେ ୩୦ରୁ ଅଧିକ ଲୋକ ନିଖୋଜ ହୋଇ ଯାଇଛନ୍ତି। ସେପଟେ କୁଲ୍ଲୁ ପାର୍ବତି ନଦୀ କୂଳରେ ଏକ ବିଲ୍ଡିଂ ଭୁଶୁଡ଼ି ଯିବାର ଚିତ୍ର ସାମ୍ନାକୁ ଆସିଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି।
ସମେଜ ଖେଡାରେ ଥିବା ହାଇଡ୍ରୋ ପ୍ରଜେକ୍ଟ ସାଇଟ୍‌ରେ ବାଦଲା ଫାଟିବା ଯୋଗୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୬ ଜଣ ନିଖୋଜ ଅଛନ୍ତି। ସେହିପରି ମଣ୍ଡି ଅଞ୍ଚଳରେ ଦୁଇ ଜଣକ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ନିଖୋଜ ଅଛନ୍ତି। ରାମପୁର ଅଞ୍ଚଳରେ ଜଣଙ୍କ ମୃତ୍ୟୁ ହୋଇଛି।
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ହିମାଚଳ ପ୍ରଦେଶର ବିଭିନ୍ନ ଅଞ୍ଚଳରେ ବାଦଲ ଫାଟିବା ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କ ସହ କଥା ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି।
ସେପଟେ ବାଦଲ ଫଟା ବର୍ଷାରେ ଉତ୍ତରାଖଣ୍ଡ କେଦାରନାଥରେ ହଠାତ ବନ୍ୟା ଆସିବାରୁ ଭୟାବହ ସ୍ଥିତି ଦେଖିବାକୁ ମିଳିଛି । ପ୍ରବଳ ବର୍ଷା ଯୋଗୁ ଉତ୍ତରାଖଣ୍ଡରେ ୯ ଜଣଙ୍କର ମୃତ୍ୟୁ ଘଟିଛି ଯେଉଁଥିରେ ଟେହେରୀରେ ୩ ଜଣ, ହରିଦ୍ୱାର ଏବଂ ରୁରକିରେ ୨ ଜଣ ଓ ଚାମୋଲି ଏବଂ ଡେରାଡୁନରେ ଜଣଙ୍କର ମୃତ୍ୟୁ ଘଟିଛି।
କେଦାରନାଥକୁ ଯାଉଥିବା ମୁଖ୍ୟ ରାସ୍ତାର ୩୦ କିଲୋମିଟର ମନ୍ଦାକିନୀ ନଦୀର ବନ୍ୟା ପାଣିରେ ଧୋଇ ହୋଇଯାଇଛି। ହଠାତ ବନ୍ୟା ଆସିବାରୁ ୨୦୦ରୁ ଅଧିକ ଶ୍ରଦ୍ଧାଳୁ ଫସି ରହିଛନ୍ତି। ବର୍ତମାନ ଉତ୍ତରାଖଣ୍ଡ ସରକାର କେଦାରନାଥ ଯାତ୍ରାକୁ ସ୍ଥଗିତ ରଖିଛନ୍ତ । ସେପଟେ ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ ନିୟୋଜିତ ହୋଇଛନ୍ତି।

ad-week
Leave A Reply

Your email address will not be published.