କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌, ୫ ବର୍ଷରେ ନିଯୁକ୍ତି ହେବେ ୩.୫ ଲକ୍ଷ ଲୋକ: ମୁଖ୍ୟମନ୍ତ୍ରୀ

add-all

କେନ୍ଦୁଝର,୩ା୮: କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ। ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏନେଇ ଆଗ୍ରହୀ ଶିଳ୍ପ ସଂସ୍ଥା ସହ ଆଲୋଚନା କରି ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବ ବୋଲି ମୋହନ କହିଛନ୍ତି।

୫ ବର୍ଷରେ ୩.୫ ଲକ୍ଷ ନିଯୁକ୍ତି ସୃଷ୍ଟି କରିବାକୁ ଲକ୍ଷ୍ୟ ରହିଛି। ଅଧିକ ନିଯୁକ୍ତି ସମ୍ଭାବନା ଥିବା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିସହିତ ଟେକ୍ସଟାଇଲ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରକୁ ଧ୍ୟାନ ଦିଆଯିବା ସହ ଓଡ଼ିଆ ଉଦ୍ୟୋଗୀଙ୍କୁ ଶିଳ୍ପ ସ୍ଥାପନ ପାଇଁ ଉତ୍ସାହିତ କରିବାକୁ  ମଧ୍ୟ ପରାମର୍ଶ ଦେଇଛନ୍ତି।

ad-week
Leave A Reply

Your email address will not be published.