ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସମସ୍ତ ବିଜେପି ସାଂସଦ

add-all

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ। ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ ରାଜ୍ୟସଭା ସାଂସଦ। ଏହି ଅବସରରେ ବିଭିନ୍ନ ପ୍ରସଙ୍ଗରେ ସାଂସଦଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଲୋଚନାକୁ ନେଇ କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସୋଶାଆଲ ମିଡିଆରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସଂସଦ ଭବନରେ ଓଡ଼ିଶାର ସାଥୀ ସାଂସଦ ମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ବିଭିନ୍ନ ବିଷୟ ଉପରେ ଚର୍ଚ୍ଚା ଆଲୋଚନା କରିବା ସହ ତାଙ୍କର ମାର୍ଗଦର୍ଶନ ପ୍ରାପ୍ତ କଲୁ। ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ ମୋଦୀ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବି ଉଲ୍ଲେଖ କରିଛନ୍ତି ବୈଜୟନ୍ତ ପଣ୍ଡା।

ad-week
Leave A Reply

Your email address will not be published.