ଭିନେଶ ଫୋଗାଟ୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

add-all

ଭିନେଶ ଫୋଗାଟ୍‌ ଅସୁସ୍ଥ। ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା ହେବା ପରେ ସେ ଚେତାଶୂନ୍ୟ ହୋଇପଡିଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍‌ ଯୋଗୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡିଥିବା ସୂତ୍ରରୁ ସୂଚନା ମିଳିଛି।

ପ୍ୟାରିସର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭିନେଶ ଫୋଗଟ । ଓଜନ ହ୍ରାସ ପାଇଁ ରାତିସାରା ବ୍ୟାୟାମ କରିବାରୁ ଅସୁସ୍ଥ ହୋଇଥିବା ସୂଚନା ମିଳିଛି।ତାଙ୍କ ଚିକିତ୍ସା ଜାରି ରହିଛି।

୫୦ କେଜି ମହିଳା କୁସ୍ତି ଯୋଦ୍ଧାର ଫାଇନାଲ୍‌ ଫାଇଟ୍‌ ପୂର୍ବରୁ ଡିସ୍‌କ୍ୱାଲିଫାଏଡ୍‌ ଘୋଷିତ ହୋଇଛନ୍ତି ଭାରତୀୟ ରେସଲର୍ ଭିନେଶ ଫୋଗାଟ୍‌।ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ତାଙ୍କୁ ଡିସ୍‌କ୍ୱାଲିଫାଏଡ୍‌ ଘୋଷଣା କରାଯାଇଛି। ୫୦ କେଜିଠାରୁ ଭିନେଶ ମାତ୍ର କିଛି ଗ୍ରାମ୍‌ ଅଧିକ ଓଜନର ଥିବା ସୂଚନା ମିଳିଛି।

ରିପୋର୍ଟ ଅନୁସାରେ ଭିନେଶଙ୍କ ଓଜନ ଧାର୍ଯ୍ୟ ସୀମାଠାରୁ ମାତ୍ର ୧୦୦ ଗ୍ରାମ ଅଛି। ଏଥିପାଇଁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି। ପ୍ରତିଯୋଗିତାର ନିୟମ ଅନୁଯାୟୀ, ଭିନେଶ ରୌପ୍ୟ ପଦକ ପାଇଁ ମଧ୍ୟ ଯୋଗ୍ୟ ନୁହନ୍ତି।

ad-week
Leave A Reply

Your email address will not be published.